ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଅବସରରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାରଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ମହାରାଜା ଶ୍ରୀକୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ଆସିଷ୍ଟାଣ୍ଟ ପ୍ରଫେସର ଡ଼ଃ.ସୁନାଶିର ମିଶ୍ର ଓ ଇତିହାସ ବିଭାଗର ପ୍ରଫେସର ଡ଼ଃ.ସୌରଭ ମାହାନ୍ତ ସମ୍ମାନିତ ଅତିଥି ,ବିଦ୍ୟାଳୟର ପରିଚାଳନା କମିଟିର ଉପସଭାପତି ଶ୍ରୀଯୁକ୍ତ ସଂଜୟ କୁମାର ଜେନା ଚନ୍ଦ୍ରଶେଖର ପଟ୍ଟନାୟକ, ବିଦ୍ୟାଳୟର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ରାମାନନ୍ଦ ଦାଶ ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ ।ଏହି ଅବସରରେ ଅତିଥି ମାନଙ୍କ ଦ୍ବାରା ଆଜିକାର ବିଜ୍ଞାନ ମେଳାରେ ପ୍ରଥମ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୩୦ରୁ ଉର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ବରିଷ୍ଠ ତଥା ଅନୁଭବି ବିଜ୍ଞାନ ଶିକ୍ଷକ ମାନେ ବିଚାରକ ରୂପେ ଯୋଗଦେଇ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାଙ୍କନରେ ସହଯୋଗ କରିଥିଲେ। ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟିର କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ,ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଏବଂ ଶ୍ରୀମତୀ ସବିତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀମତୀ ଶ୍ରଦ୍ଧାମୟୀ ପାଢ଼ୀଙ୍କ ସଂଯୋଜନାରେ ଶ୍ରୀମାନ୍ ଦେବୀ ପ୍ରସାଦ ପଟ୍ଟନାୟକ, ସୁଶ୍ରୀ ଦେବକୀ ପଟ୍ଟନାୟକ, ଶ୍ରୀମତୀ ରିତାଞ୍ଜଳୀ ଗନ୍ତାୟତ,ଶ୍ରୀଯୁକ୍ତ ମୂରଲୀ ମୋହନ ପ୍ରଧାନ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା ।କାର୍ଯ୍ୟକ୍ରମରେ ଶେଷରେ ବିଦ୍ୟାଳୟର ସହ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସନ୍ତୋଷ କୁମାର ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଜ୍ଞାନ ମେଳାରେ ସଫଳତା ପାଇଥିବା ଶ୍ରେଷ୍ଠ ଛାତ୍ରଛାତ୍ରୀ ମାନେ ଆଗାମୀ ଅଗଷ୍ଟ ୨୨,ତାରିଖ ଦିନ ହିଞ୍ଜିଳିକାଟୁ ଠାରେ ଅନୁଷ୍ଠିତ ହେବାକୁ ଥିବା ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବେ।
ପାରଳାଖେମୁଣ୍ଡି ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା !!!

