ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିରଞ୍ଚି ବାଗ, ଏବଂ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ମୋଟ ୧୮ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୧୩ ଟି ବ୍ୟକ୍ତିଗତ ଏବଂ ୪ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା । ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଛି । ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି.ସାୟାମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *