Site icon Awaj Media

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ -୨୦୨୬ ପାଳିତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ -୨୦୨୬ ପାଳିତ ! ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍‌ଠାରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଭାରତୀୟ ହକିର କିମ୍ବଦନ୍ତୀ ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ଏହି ଦିବସ ପାଳନ କରାଯାଇଥାଏ । ଏହି ଅବସରରେ ବିଭିନ୍ନ ପ୍ରକାର କ୍ରିଡା ପ୍ରତିଯୋଗୀତା ଆୟୋଜନ କରଯାଇ କୃତି ପ୍ରତିଯୋଗୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ପୁରସ୍କୃତ କରିଥିଲେ । ସେହିପରି ପ୍ରାତଃ ସମୟରେ ନୟାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିର ଠାରେ ମଧ୍ୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ନୟାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିର ଠାରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ୍ ଶୋଭାଯାତ୍ରାର ଆୟୋଜନ କରଯାଇଥିଲା । ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁ ସୁପରିଚାଳନା କରିଥିଲେ |

Exit mobile version