ଆଞ୍ଚଳିକ ଶିକ୍ଷକ ସଦନ ପକ୍ଷରୁ ଗୁରୁ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମରେ ଥିବା ଗୁରାଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଆଞ୍ଚଳିକ ଶିକ୍ଷକ ସଦନ ପକ୍ଷରୁ ଗୁରୁ ଦିବସ ୨୦୨୬ ପାଳିତ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଇଶାନ ଚାନ୍ଦ ଓମ କାର, ସମ୍ମାନୀତ ଅତିଥି ଭାବେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏନ୍ ବିମଲ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିନୋଦ ଗୌଡ, ଲିଙ୍ଗିପୁର ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଡି. ୟାଦବ ରାଓ, ଡକ୍ଟର ଅନଙ୍ଗ ପ୍ରସାଦ ଭୂୟାଁ ପ୍ରମୁଖ ମଞ୍ଚାସିନ ଥିଲେ। ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଅତିଥିମାନଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସ୍ବାଗତ କରାଯାଇଥିଲା। ରଶ୍ମିତା ସାମଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପୀତବାସ ସାମଲ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଜଣେ ବ୍ୟକ୍ତି ନିଜ ଜୀବନରେ ଗୁରୁଙ୍କ ଗୁରୁତ୍ବ କଣ ଓ ଜଣେ ଭଲ ଶିକ୍ଷକ ନିଜର ଶିକ୍ଷା ଅନୁଶାସନ ଦ୍ଵାରା ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବଦଳାଇ ଦେଇ ପାରେ ଓ ପ୍ରତି ବ୍ୟକ୍ତିର ଜୀବନରେ ଗୁରୁ ମହତ୍ତ୍ୱ ରହିଛି ବୋଲି ଅତିଥିମାନେ ମତବ୍ୟକ୍ତ ରଖିଥିଲେ। ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଶେଷରେ ଗୋଷାଣୀ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *