Site icon Awaj Media

୨୫ ରେ ଗଜପତିର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ : ଅରେଞ୍ଜ ସତର୍କତା ପରେ ଜିଲ୍ଲା ଶିକ୍ଷା ବିଭାଗର ନିର୍ଦ୍ଦେଶ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଅରେଞ୍ଜ ସତର୍କତା ଜାରି ହୋଇଥିବା ଦୃଷ୍ଟିରେ ଆସନ୍ତା ୨୫ ତାରିଖରେ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏନେଇ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର ଆଦେଶ ଜାରି କରାଯାଇଛି । ଏହି ଆଦେଶ ଅନୁଯାୟୀ, ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଏସ୍‌ଏସ୍‌ଡି ବିଭାଗ ଅଧୀନ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ ରହିବ । ଜିଲ୍ଲାରେ ପାଣିପାଗ ଜନିତ ପରିସ୍ଥିତି ଓ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କ ଆଦେଶ କ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଏହି ନିର୍ଦ୍ଦେଶ ଜାରି କରିଛନ୍ତି । ସମସ୍ତ ବିଦ୍ୟାଳୟର ମୁଖ୍ୟ ଓ ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ପାଇଁ ଅବଗତ କରାଯାଇଛି ।

Exit mobile version