ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳନ ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଶପଥ ପାଠ ଓ ସଚେତନତା ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଓ ମିଶନ ଶକ୍ତିର ମହିଳାମାନେ ଯୋଗ ଦେଇଥିଲେ। ପ୍ରଥମେ ଉପସ୍ଥିତ ସମସ୍ତଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କିତ ଶପଥ ପାଠ କରାଯାଇଥିଲା। ସରକାରଙ୍କ ପକ୍ଷରୁ ଦୁର୍ନୀତି ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ଓ ନିୟମାବଳୀକୁ କଡ଼ାକଡ଼ି ପାଳନ କରିବାକୁ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ସମସ୍ତ ନାଗରିକ ଦୁର୍ନୀତି ବିରୋଧରେ ସଚେତନ ହେବା ସହ ସାଧୁତା, ସ୍ୱଚ୍ଛତା ଓ ସତ୍ୟନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦିଆଯାଇଥିଲା। ଶପଥ ପାଠ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ସଚେତନତା ସପ୍ତାହ ଅକ୍ଟୋବର ୨୬ ତାରିଖରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଡେପୁଟି କଲେକ୍ଟର ଶ୍ରୀ କ୍ରିତିସାଇ ଶୁକ୍ଲା, ଓଡ଼ିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ଶ୍ରୀ ଟିମନ ବାରା, ଦୁର୍ନୀତି ନିବାରଣ ବିଭାଗର ଏସ୍ଆଇ ଶ୍ରୀ ତ୍ରିଲୋଚନ ଷଡ଼ଙ୍ଗୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ଶପଥ ପାଠ ଓ ସଚେତନତା ଶୋଭାଯାତ୍ରା !!!

