Site icon Awaj Media

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ ତମ ଜୟନ୍ତୀ ପାଳିତ : ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବିଶିଷ୍ଟ ସମାଜସେବୀ, ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକ ଙ୍କ ୧୧୧ତମ ଜୟନ୍ତୀ ପାଳିତ ହୋଇଯାଇଛି ! ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଦିନବ୍ୟାପୀ ବିଭିନ୍ନ ସ୍ମୃତିଚାରଣ, ଶ୍ରଦ୍ଧାଞ୍ଜଳି, ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସ୍ୱର୍ଗତ ପଟ୍ଟନାୟକ ଙ୍କ ଜୟନ୍ତୀ ଅବସରରେ ସକାଳ ରୁ ବୈତାଳିକ ପ୍ରାର୍ଥନା ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ! ପରେ ତାଙ୍କ ସ୍ମୃତିଚାରଣ ଓ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ପୂର୍ବାହ୍ନ ୧୦ଟା ୩୦ରେ ସାଧାରଣ ସଭା ଓ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହେବା ସହିତ ମଧ୍ୟାହ୍ନରେ ସାମୂହିକ ଭୋଜନ, ଅପରାହ୍ନରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ, ସର୍ବଧର୍ମ ପ୍ରାର୍ଥନା ଏବଂ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Exit mobile version