ବିକଶିତ ଭାରତ ଯୁବ ନେତୃତ୍ୱ ସଂକଳ୍ପ-୨୦୨୭ ଅନ୍ତର୍ଗତ ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଯାପିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂକଳ୍ପ-୨୦୨୭’ ଅନ୍ତର୍ଗତ ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଯାପିତ ହୋଇଯାଇଛି। ଏହି ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ଭବବତ ସାମଲ କଲ୍ୟାଣ ରାଓ,ଡି ଆର ଡି ଏ ଏ ପି ଡି ପୃଥ୍ୱୀରାଜ ମଣ୍ଡଳ,ଜିଲ୍ଲା କ୍ରୀଡ଼ା ଅଧିକାରୀ ତ୍ରିନାଥ ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ ତ୍ରିପାଠୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ଯୁବପିଢ଼ିଙ୍କ ମଧ୍ୟରେ ଥିବା ପ୍ରତିଭା ଓ ସୃଜନଶୀଳତାର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି ଯୁବୋତ୍ସବରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ସହରାଞ୍ଚଳର ମହାବିଦ୍ୟାଳୟ ଗୁଡ଼ିକରୁ ଆସିଥିବା ଛାତ୍ରଛାତ୍ରୀମାନେ ଲୋକ ଗୀତ ଓ ଲୋକ ନୃତ୍ୟ ପରିବେଷଣ କରିଥିଲେ।ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଜନସେବା, ଜନଭାଗିଦାରୀ ଓ ସାମାଜିକ ଦାୟିତ୍ୱବୋଧର ଭାବନାକୁ ଜନସାଧାରଣଙ୍କ ମଧ୍ୟରେ ପହଞ୍ଚାଇବା ସହ- ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସମସ୍ତଙ୍କୁ ଏକ ସାମୂହିକ ସଂକଳ୍ପ ନେବାକୁ ପ୍ରେରିତ କରିବା । ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀମାନେ ଆଗାମୀ ଦିନରେ ରାଜ୍ୟସ୍ତରୀୟ ଯୁବୋତ୍ସବରେ ଗଜପତି ଜିଲ୍ଲାର ପ୍ରତିନିଧିତ୍ୱ କରିବେ। ଏହି ଯୁବୋତ୍ସବ ଯୁବପିଢ଼ିଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ସହ ନେତୃତ୍ୱ ଦକ୍ଷତା, ସୃଜନଶୀଳତା ଓ ସାଂସ୍କୃତିକ ଚେତନାକୁ ପ୍ରୋତ୍ସାହିତ କରିବାରେ ସହାୟକ ହୋଇପାରିବ।

Leave a Reply

Your email address will not be published. Required fields are marked *