ମଧୁବାବୁ ପେନସନ୍ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ : UPMP ପୋର୍ଟାଲ୍‌ର ଶୁଭାରମ୍ଭ !!!

Spread the love

ବଡ଼ମ୍ବା ( ଆୱାଜ ମିଡ଼ିଆ ) – ପ୍ରତାପ ନାୟକ : ସାମାଜିକ ସୁରକ୍ଷା ଓ ଜନକଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଇ ବଡ଼ମ୍ବାରେ ଆରମ୍ଭ ହୋଇଛି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ମଧୁବାବୁ ପେନସନ୍ ଯୋଜନାରେ ନୂତନ ଭାବେ ସାମିଲ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଛି। ଏଥିସହିତ ପେନସନ୍ ବ୍ୟବସ୍ଥାକୁ ଅଧିକ ସରଳ, ସ୍ୱଚ୍ଛ ଓ ଡିଜିଟାଲ୍ କରିବା ଲକ୍ଷ୍ୟରେ ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲ୍ (UPMP)ର ମଧ୍ୟ ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ବଡ଼ମ୍ବା-ନରସିଂହପୁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଜୟ କୁମାର ଦଳବେହେରା ବଡ଼ମ୍ବା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନାର ସୁଫଳ ସିଧାସଳଖ ହିତାଧିକାରୀଙ୍କ ନିକଟରେ ପହଞ୍ଚିଛି।ମଧୁବାବୁ ପେନସନ୍ ଯୋଜନାରେ ନୂତନ ଭାବେ ଯୋଡ଼ି ହୋଇଥିବା ୧୧୭୦ ଜଣ ହିତାଧିକାରୀଙ୍କୁ ଏହି ଅବସରରେ ଭତ୍ତା ପ୍ରଦାନ କରାଯାଇଥିଲା। ଏହା ସହିତ ପେନସନ୍ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଏବଂ ଡିଜିଟାଲ୍ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ‘ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲ୍’ (UPMP) ର ଶୁଭ ଉଦ୍ଘାଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବଡ଼ମ୍ବା-ନରସିଂହପୁରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଜୟ କୁମାର ଦଳବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ଉତ୍ସାହିତ କରିବା ସହ ସରକାରୀ ଯୋଜନାର ସଫଳ ରୂପାୟନ ଉପରେ ଆଲୋକପାତ କରିଥିଲେ। ସମିତିର ଅଧ୍ୟକ୍ଷ, ଉପାଧ୍ୟକ୍ଷା ଏବଂ ଅନ୍ୟାନ୍ୟ ଜନପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Leave a Reply

Your email address will not be published. Required fields are marked *