ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) : ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢ଼ୀ, ସହକାରୀ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପୃଥ୍ୱୀରାଜ ମଣ୍ଡଳ,ଜିଲ୍ଲା ପରିଷଦସଭ୍ୟ ବାଲରାଜୁ ପୌରପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ମୁନିଦ୍ର ହନାନାଗା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ କାମଦେବ ବଡ଼ନାୟକ,ଗୋଶାଣୀ ବ୍ଲକ ଅଧ୍ୟକ୍ଷ ଏନ୍ ବୀରରାଜୁ, ବିଭିନ୍ନ ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷ।ସଭ୍ୟ ସଭ୍ୟା ପ୍ରମୁଖ ଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଙ୍କ କରକମଳରେ ଶୁଭାରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମ ବଲାଙ୍ଗିରରୁସିଧା ପ୍ରସାରଣ ହେଉଥିଲା।ଏହି କାର୍ଯ୍ୟକ୍ରମ ରେ ସ୍ୱୟଂ ସହାୟକ ଗୋଷ୍ଠୀର ମାଆ, ଏମ୍ ବି କେ ସଦସ୍ୟପ୍ରମୁଖ ଉପସ୍ଥିତ ଥିବା ବେଳେ ଜିଲ୍ଲା ପରିଷଦର କର୍ମଚାରୀ ମାନେ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *