ଗଜପତିରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆତ୍ମ ନିର୍ଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ 2026 ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଗଜପତି ଉପ ଜିଲ୍ଲାପାଳ ଭଗବତ ସାମଲ କଲ୍ୟାଣ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ବରିଷ୍ଠ ସାମ୍ବାଦିକ ଦ୍ବିଯେନ୍ଦ୍ର ନାଥ ପାଢ଼ୀ, ବରିଷ୍ଠ ସାମ୍ବାଦିକ ଗରୁଡ଼ଧ୍ୱଜ ଚୌଧୁରୀ, ବରିଷ୍ଠ ସାମ୍ବାଦିକ ବସନ୍ତ କୁମାର ପଣ୍ଡା, ପ୍ରଣୋଜ ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ।ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ସମ୍ବାଦିକ ଦ୍ଵିଜେନ ନାଥ ପାଢ଼ୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଆଜିର ପ୍ରସଙ୍ଗ ଥିଲା ସାମ୍ବାଦିକତା ଲୋକପ୍ରିୟତା ବନାମ କର୍ତ୍ତବ୍ୟ ବୋଧତା ଉପରେ ଉପସ୍ଥିତ ଅତିଥି ମାନେ ଓ ଗଣମାଧ୍ୟମ ପ୍ରତିନିଧିମାନେ ନିଜ ନିଜର ମତପ୍ରକାଶ କରିଥିଲେ।ଶେଷରେ ସାମ୍ବାଦିକ ଆଦର୍ଶ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଲୋକ ସମ୍ପର୍କ ବିଭାଗ ଦ୍ଵାରା ଆୟୋଜିତ ହୋଇଥିଲା।ଏହି ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ପରିଚାଳନା କରିଥିଲେ।।

Leave a Reply

Your email address will not be published. Required fields are marked *