ବାଲ୍ୟ ବିବାହ ନିଷେଧ ନିମନ୍ତେ ଜିଲ୍ଲା ସ୍ତରୀୟ ସଚେତନତା ବୈଠକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ବାଲ୍ୟ ବିବାହ ନିଷେଧ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା ! ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଲ୍ୟ ବିବାହ ମୁକ୍ତ ଗଜପତି, ଆମର ଲକ୍ଷ୍ୟ ନେଇ ଆଲୋଚନା ହୋଇଥିଲା ! କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା ଅଧିକାରୀ ଅରୁଣ ତ୍ରିପାଠୀ, ସମାଜ ମଙ୍ଗଳ ଅଧିକାରୀ ମନୋରମା ଦେବୀ, ଜିଲ୍ଲା ଶ୍ରମ ଅଧିକାରୀ ରାମ ପ୍ରସାଦ ପ୍ରମୁଖ ଉପସ୍ଥିତ ରହି ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଳକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ନମିତା ମହାରଣା, ମହିଳା ସୁରକ୍ଷା ଅଧିକାରୀ ସାରଳା ପାତ୍ର ଙ୍କ ସମେତ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *