ନୂଆଗାଁ ବ୍ଲକ୍ ରେ ଭତ୍ତା ବଣ୍ଟନ କଲେ ଦଶପଲ୍ଲା ବିଧାୟକ !!!

Spread the love

ନୂଆଗାଁ ( ଆବାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଗୃହରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାମାଜିକ ସୁରକ୍ଷା ଯୋଜନା ମାଧ୍ୟମରେ ୧୦୦ ରୁ ଉର୍ଦ୍ଧ୍ୱ ଅସହାୟ ବୃଦ୍ଧ, ବୃଦ୍ଧା , ଭିନ୍ନକ୍ଷମ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ ।

ତତ୍ ସହିତ ଆବାସ ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ହିତାଧିକାରୀ ମାନେ ଦଲାଲ୍ ମାନଙ୍କୁ ଟଙ୍କା ନ ଦେବାପାଇଁ ବିଧାୟକ ସଚେତନ କରିଥିଲେ । ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ, ବିଡ଼ିଓ ପ୍ରମୋଦ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ କୁ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସାଧୁ ଚରଣ ସାହୁ ପରିଚାଳନା କରିଥିଲେ। ।

Leave a Reply

Your email address will not be published. Required fields are marked *