ଓଡ଼ଗାଁ ଏନଏସି ପକ୍ଷରୁ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ !

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି ପକ୍ଷରୁ ହିତାଧିକାରୀ ମାନଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ସ୍ଥାନୀୟ ଇନଡୋର ଷ୍ଟାଡିୟମ ଠାରେ ଆୟୋଜିତ ଏକ ସଭାରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଯୋଗ୍ୟ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଯୋଜନା ରୁ ଯେପରି କୈାଣସି ଯୋଗ୍ୟ ହିତାଧିକାରୀ ବାଦ ନ ପଡନ୍ତି ତା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ବିଧାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ଓଡ଼ଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ୱାତୀ ମିଶ୍ର, ତହସିଲଦାର ବିଜୟୀତା ସାମନ୍ତସିଂହାର, ବିଡ଼ିଓ ସ୍ଵାତିଲେଖା ଦାସ, ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ବିଜେଡି ବ୍ଲକ ସଭାପତି ସୂର୍ଯ୍ୟ ନାରାୟଣ ଚୋୖଧୁରୀ, ପୁର୍ବତନ ସରପଞ୍ଚ ନିତ୍ୟାନନ୍ଦ ପ୍ରଧାନ, ଦିବାକର ନାୟକ, ବିଭୁପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *