ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଯୁବକ ଗୁରୁତର

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଯୁବକ ଗୁରୁତର . ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ସମୟରେ ତାଙ୍କର ଡାହାଣ ହାତ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ସୂଚନା ମୁତାବକ ବିଳମ୍ବିତ ରାତିରେ ରାଜକିଶୋର ସାହୁ ନାମକ ଜଣେ ଯୁବକ ନିଜ ସ୍କୁଟି ଯୋଗେ ସୁନାଖେଳାରୁ ନାଚୁଣୀ ଅଭିମୁଖେ ଯାଉଥିବା ବେଳେ ଓଭରବ୍ରିଜ ଉପରେ ପଛପଟୁ ଆସୁଥିବା ଏକ କାଠ ବୋଝେଇ ଟ୍ରକଟି ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ରାଜକିଶୋର ତଳେ ପଡିଯାଇଥିଲେ ଏବଂ ତାଙ୍କ ଡାହାଣ ହାତରେ ଟ୍ରକର ପଛ ଛକା ଚଢିଯାଇଥିଲା । ଯାହାଦ୍ୱରା ରାଜକିଶୋରଙ୍କ ଡାହାଣ ହାତଟି ନଷ୍ଟ ହୋଇଯାଇଥିବା ବେଳେ ଗୁରୁତର ଅବସ୍ଥାରେ ରୋଡ଼ରେ ପଡି ରହିଥିଲେ । ଦୁର୍ଘଟଣା ସମ୍ପର୍କରେ ଖବର ପାଇ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଗଙ୍ଗାଧରପୁର ଅଗ୍ନିଶମ ବାହିନୀର ସହଯୋଗରେ ରାଜକିଶୋରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ଅପରପକ୍ଷରେ ଦୁର୍ଘଟଣା ଘଟାଇ ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି . ତେବେ ନାଚୁଣୀ ଫାଣ୍ଡି ପୋଲିସ ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *