ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଚୋରା ମଦ ବେପାରୀଙ୍କ ପାଇଁ ସତେ ଯେମିତି ଏହା ଏକ ସୁବର୍ଣ୍ଣ ସୁଯୋଗ ପାଲଟିଛି । ବର୍ଷାର ଫାଇଦା ନେଇ ଅନାୟାସରେ ଚୋରା ମଦ ବିକୁଥିବା ବେଳେ ଆଜି ବିପୁଳ ଦେଶୀ ଓ ବିଦେଶୀ ମଦ ସହ ଜଣେ ଚୋରା ମଦ ବେପାରୀଙ୍କୁ ଧରିଛି ଟାଙ୍ଗୀ ପୋଲିସ । ସୂଚନା ମୁତାବକ ଖୋର୍ଦ୍ଧା ଜିଲ୍ଲା ଚଣ୍ଡେଶ୍ୱର ବଜାର ଉପରେ ଏକ ଦୋକାନ ଭିତରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଥିବାର ବାଲୁଗାଁ ଏସଡ଼ିପିଓ ଖବର ପାଇଥିଲେ । ସଂଧ୍ୟା ସମୟରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଓ ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲ୍ଲିକ ମିଳିତ ଭାବେ ଉକ୍ତ ଦୋକାନରେ ଚଢ଼ାଉ କରିଥିଲେ । ଚଢ଼ାଉ ବେଳେ ଦୋକାନ ମଧ୍ୟରୁ ୧୦୮ ବୋତଲ ବିଦେଶୀ ମଦ, ୪୨ ବୋତଲ ଆସ୍କା ଫର୍ଟି ଏବଂ ନଗଦ ୩୦୦୦ ଟଙ୍କା ଜବତ କରିଛି ପୁଲିସ । ଏ ସଂକ୍ରାନ୍ତରେ ଟାଙ୍ଗୀ ପୋଲିସ ଓଡିଶା ଅବକାରୀ ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରିବା ସହ ଦୋକାନୀ ପ୍ରସନ୍ନ ସାମନ୍ତଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ।
ଚଣ୍ଡେଶ୍ୱର ରୁ ବିପୁଳ ଦେଶୀ ଓ ବିଦେଶୀ ମଦ ଜବତ କଲା ଟାଙ୍ଗୀ ପୋଲିସ : ଜଣେ ଅଟକ !!!

