ଭଦ୍ରକ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ନିରସ୍ତ୍ର ସୈନିକ ଭାବରେ ଆଜକୁ ୫୬୭ ଦିନ ଧରି ସଂଗ୍ରାମ କରି ଆସୁଅଛି ଯାଜପୁର ଜିଲ୍ଲାର ବାବଲପୁରସ୍ଥିତ ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକ ସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ। ଗତ ୨୨ମାର୍ଚ୍ଚ ୨୦୨୦ ମସିହାରୁ ଅଦ୍ୟାବଧି ୫୬୭ଦିନ ଧରି ନିରବଚ୍ଛିନ୍ନ ଭାବରେ ଦେଶର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମହାମାରୀ ମହାମାରୀ କରୋନା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି .

ବିଭିନ୍ନ ସ୍ଥାନରେ ଗରିବ, ଅସହାୟ, ପାଗଳା,ପାଗିଳି ମାନଙ୍କୁ ମାକ୍ସ, ସାବୁନ, ସାନିଟାଇଜର, ଓ.ଆର.ଏସ, ରନ୍ଧା ଓ ଶୁଖିଲା ଖାଦ୍ୟ, ବସ୍ତ୍ର ଆଦି ବଣ୍ଟନ ସହ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବାର ଦେଖିବାକୁ ମିଳିଛି।ଏହି ଅବସରରେ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନ ମାନଙ୍କରେ ଚଳିତ ସପ୍ତାହ ୫୬୫ତମ ଦିବସରୁ ୫୬୭ତମ ଦିବସ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ କରୋନା ସଚେତନତା ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଭଳି ସେବାକାର୍ଯ୍ୟ ଚାଲୁରହିଅଛି।ଫାଉଣ୍ଡେସନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶ , କାର୍ଯ୍ୟକ୍ରମର ସଂଯୋଜକ ମାଷ୍ଟର ମିହୀର କୁମାରଙ୍କ ନେତୃତ୍ୱରେ ରୋମିଓ ରାଜକୁମାର, ମାଷ୍ଟର ଦୀପକଙ୍କ ସହିତ ଫାଉଣ୍ଡେସନର କର୍ମକର୍ତ୍ତାମାନେ ଏହି କାର୍ଯ୍ୟକୁ ଚାଲୁ ରଖିଥିବାର ଦେଖିବାକୁ ମିଳିଛି ।

