ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ପାର୍ଥୀ ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ସମ୍ବର୍ଦ୍ଧନା ସଭାଟି ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଉପ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣାଙ୍କ ସହ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ମାନେ ଉପସ୍ଥିତ ଥିଲେ . OCS ରେ ଉତ୍ତୀର୍ଣ୍ଣ ହୋଇ 74 ତମ ସ୍ଥାନରେ ଥିବା ଅତନୁ କୁମାର ପାତ୍ର , 105 ସ୍ଥାନରେ ଥିବା ଗୁପ୍ତେଶ୍ଵର ମହାପାତ୍ର, 124 ସ୍ଥାନରେ ଥିବା ପୁରଞ୍ଜନ ଗାଣ୍ଟା ପ୍ରଭୃତି ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ପୁଷ୍ପ ଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *