ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲାରେ ଆର୍ଥିକ ସଂସ୍ଥାମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଗଣଧାରଣା ଦିଆଯାଇଥିଲା । ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ସରକାର ଟଙ୍କା ଫେରସ୍ତ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନ ଦେଇ ସରକାର ଜମାକାରୀଙ୍କ ଟଙ୍କା ଖାଇ ଯାଇଥିବା ଅଭିଯୋଗ କରିଛନ୍ତି । ତହସିଲ୍ ଜରିଆରେ ଯାଞ୍ଚ ସରିଥିବା ଜମାକାରିଙ୍କୁ ଟଙ୍କା ଫେରସ୍ତ ବାକି ସମସ୍ତ ଜମାକାରୀଙ୍କୁ ତହସିଲ୍ ଜରିଆରେ ଚିହ୍ନଟ ଓ ଯାଞ୍ଚ ସହ ଟଙ୍କା ଫେରସ୍ତ କରିବାକୁ ଦାବି କରାଯାଇଛି ।
କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା !!!

