ବାଣପୁର ପଲଟନ ପଡିଆରେ ପୋଲିସର ଶକ୍ତି ପ୍ରଦର୍ଶନ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ଦାସଙ୍କ ତତ୍ୱାବଧାନରେ ଆଜି ସନ୍ଧ୍ୟାରେ ବାଣପୁର ଠାରେ କରାଯାଇଛି ପୋଲିସର ଶକ୍ତି ପ୍ରଦର୍ଶନ l ଆସନ୍ତା କାଲି ବାଣପୁରରେ ପଞ୍ଚାୟତ ନିର୍ବାଚନ ଥିବାରୁ ପୋଲିସ ପକ୍ଷରୁ ବାଣପୁର ବ୍ଲକର ସମସ୍ତ ପଞ୍ଚାୟତରେ କରାଯାଇଛି ଫ୍ଲାଗ ମାର୍ଚ୍ଚ l ଉକ୍ତ ଫ୍ଲାଗମାର୍ଚ୍ଚରେ ବାଣପୁର ତହସିଲଦାରଙ୍କ ସମେତ ବାଲୁଗାଁ ଏସଡିପିଓ , ୩ ଜଣ ଡ଼ିଏସପି , ଚାରି ଜଣ ଆଇଆଇସି ଏବଂ ୨୦ ଗୋଟି ମୋବାଇଲ ଭ୍ୟାନରେ ପୋଲିସ କର୍ମଚାରୀ ମାନେ ସାମିଲ ଥିଲେ l ଅତିରିକ୍ତ ଏସପି ଶ୍ରୀ ଦାସ ସ୍ଥାନୀୟ ପଲଟନ ପଡିଆରେ ପୋଲିସ ବ୍ରିଫିଙ୍ଗ କଲା ପରେ ଆରମ୍ଭ ହୋଇଥିଲା ଫ୍ଲାଗମାର୍ଚ୍ଚ l ପଞ୍ଚାୟତ ନିର୍ବାଚନ ପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବାର କହିଛନ୍ତି ଅତରିକ୍ତ ଏସପି ଶ୍ରୀ ଦାସ l ନିର୍ବାଚନକୁ ନିରପେକ୍ଷ, ଅବାଧ ଏବଂ ଶାନ୍ତିପୂର୍ଣ କରିବା ପାଇଁ ସଂକଳ୍ପବଦ୍ଧ ଖୋର୍ଦ୍ଧା ଜିଲ୍ଲା ପୋଲିସ ବୋଲି ଶ୍ରୀ ଦାସ କହିଛନ୍ତି l

Leave a Reply

Your email address will not be published. Required fields are marked *