ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି । ଜେଏମଏଫସି କୋର୍ଟରେ ଗତ ୨୨ ତାରିଖ ରେ ଜାମିନ ଆବେଦନ ଖାରଜ ହେଲା ପରେ ବିଧାୟକ ବର୍ତ୍ତମାନ ବାଣପୁର ସବ-ଜେଲରେ ଅଛନ୍ତି । ତେବେ ବିଧାୟକଙ୍କ ଓକିଲଙ୍କ ପକ୍ଷରୁ ପୁଣି ବାଣପୁର ସହକାରୀ ଦୌରା ଜଜ ଙ୍କ ନିକଟରେ ୨୮ ତାରିଖରେ ଜାମିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରା ଯାଇଥିଲା । ଶୁଣାଣି ସମୟରେ ଉଭୟ ବିଧାୟକଙ୍କ ଓକିଲ ଏବଂ ସରକାରୀ ଓକିଲ ନିଜ ନିଜ ପକ୍ଷରେ ଯୁକ୍ତି ବାଢିଥିବା ବେଳେ ପରିଶେଷରେ ସହକାରୀ ଦୌରା ଜଜ ମନୋରଞ୍ଜନ ମିଶ୍ର ଚିଲିକା ବିଧାୟକଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ବର୍ତ୍ତମାନ ବିଧାୟକଙ୍କ ଓକିଲ ଜାମିନ ପାଇଁ ଉଚ୍ଚ ନ୍ୟାୟାଳୟ ଯିବେ ବୋଲି ଜଣାପଡିଛି । ସୂଚନା ଥାଉକି ବିଧାୟକଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅରୂପ ଚାନ୍ଦ ଉକ୍ତ ମାମଲା ପରିଚାଳନା କରୁଥିବା ବେଳେ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବି ସଚ୍ଚିତ୍ ମିଶ୍ର ଏବଂ ରମେଶ ଚନ୍ଦ୍ର ବିଷୋୟୀ ମାମଲା ପରିଚାଳନା କରୁଥିଲେ ।

Leave a Reply

Your email address will not be published. Required fields are marked *