ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଳକ ଗାରାବନ୍ଧ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଠାରେ ପ୍ରସୂତୀ କକ୍ଷ କୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ଶୁଭ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗୋଶାଣି ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୀଳମାଧବ ମାଝୀ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିବା ବେଳେ ଡକ୍ଟର ପତିତପାବନ ବାରିକ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଗୁରାଣ୍ଡୀ, ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ପାତ୍ର (ଆୟୁଷ ଡକ୍ଟର ଗାରାବନ୍ଧ ) ଏବଂ ସମସ୍ତ କର୍ମଚାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀ ଉପସ୍ଥିତ ଥିଲେ ।