ଜାଗା ମିଶନ କାର୍ଯ୍ୟକ୍ରମ ଉଦଯାପିତ : 890 ବସ୍ତି ବାସିନ୍ଦାଙ୍କୁ ଭୂମି ଯୋଗ୍ୟତା ପ୍ରମାଣ ପତ୍ର ପ୍ରଦାନ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ଠାରେ ରାଜ୍ୟ ସରକାରଙ୍କର ଜାଗା ମିଶନ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ପାରଳା ପୋୖରପରିଷଦ ତରଫରୁ ଗତ 13 ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ସ୍ଥାନୀୟ ଟାଉନ ହଲ ଠାରେ ଉଦଯାପିତ ହୋଇ ଯାଇଛି . ଏହି ବଣ୍ଟନ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଗଜପତି ଜିଲ୍ଲାପାଳ ଅନୁପମ ସାହା, ପାରଳା ବିଧାୟକ କେ.ନାରାୟଣ ରାଓ, ପାରଳା ରାଜକୁମାରୀ କଲ୍ୟାଣି ଗଜପତି ଯୋଗ ଦେଇ ବସ୍ତି ବାସିନ୍ଦାଙ୍କୁ ଭୂମି ଯୋଗ୍ୟତା ପ୍ରମାଣ ପତ୍ର ବଣ୍ଟନ କରିଥିଲେ । କାର୍ଯ୍ୟକ୍ରମ ମାଧ୍ୟମରେ 890 ଜଣ ଯୋଗ୍ୟତା ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତ ଓ ପୌର ପରିଷଦର କର୍ମଚାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ ଓ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *