ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୨୫ ତମ ତିରୋଧାନ ଦିବସ ଉପଲକ୍ଷେ ଜୀବନ ବିନ୍ଦୁ ଓଡ଼ିଶା ମୋ ପରିବାର ପକ୍ଷରୁ ସୁକିନ୍ଦା ମହାବିଦ୍ୟାଳୟ ରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇ , ଜିଲ୍ଲା ପରିଷଦ ପ୍ରତାପ ପଟ୍ଟନାୟକ, ଜେମାମଣି ଚାଖି , ବ୍ଳକ ଅଧ୍ୟକ୍ଷ ଦିବ୍ୟ ରଞ୍ଜନ ବରାଳ, ଉପାଧ୍ୟକ୍ଷା ଭାଗ୍ୟଲଷ୍ମୀ ରାଉତ ଏବଂ ବହୁ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ଙ୍କ ସମେତ ବହୁ ବରିଷ୍ଠ କର୍ମକର୍ତ୍ତା ଯୋଗ ଦେଇଥିଲେ l ଏହି ରକ୍ତଦାନ ଶିବିରରେ ସ୍ୱେଚ୍ଛାକୃତ ଭାବେ 81 ଜଣ ରକ୍ତଦାନ କରିଥିବା ସୂଚନା ମିଳିଛି l
ଜୀବନବିନ୍ଦୁ ମୋ ଓଡିଶା ପରିବାର ପକ୍ଷରୁ ସୁକିନ୍ଦା ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ !!!

