ବାଣପୁରରେ ଜିଲ୍ଲାପାଳଙ୍କ ଜନ ଶୁଣାଣି : ୨୬ ଟି ଅଭିଯୋଗର ତୁରନ୍ତ କଲେ ସମାଧାନ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ବାଣପୁର ବ୍ଳକ ଅଧୀନସ୍ଥ ୧୭ ଗୋଟି ପଞ୍ଚାୟତ ଏବଂ ଏନଏସିର ସମୁଦାୟ ୪୯୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରି ତନ୍ମଧ୍ୟରୁ ୨୬ ଗୋଟି ଅଭିଯୋଗର ତୁରନ୍ତ ଫଇସଲା କରିଥିଲେ । ୪୯୧ ଗୋଟି ଅଭିଯୋଗ ମଧ୍ୟରୁ ୪୮୧ ଗୋଟି ବ୍ୟକ୍ତିଗତ ଏବଂ ୧୦ ଗୋଟି ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିବା ଜଣାପଡିଛି । ଅନ୍ୟ ଅଭିଯୋଗ ଗୁଡ଼ିକ ସମ୍ପୃକ୍ତ ବିଭାଗକୁ ପଠାଇ ଦିଆଯାଇଥିବା ବେଳେ ୧୨ ଜଣ ହିତାଧିକାରୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୮୫ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା । ୬ ଜଣ ଭିନ୍ନକ୍ଷମଙ୍କୁ ୫ ଗୋଟି ଟ୍ରାଇ ସାଇକେଲ ଏବଂ ଗୋଟିଏ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୧୨ ଗୋଟି ବିଦ୍ୟାଳୟକୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଇଥିଲା । ଜନ ଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଉପ ଜିଲ୍ଲାପାଳ ଆଇ ଗୌରବ ଶିବାଜି, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡିଓ ପ୍ରଦ୍ୟୁମ୍ନ ନାୟକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଉପାଧ୍ୟକ୍ଷା ରୀନା ଦେଇ, ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଜିଲ୍ଲା ପରିଷଦ ସଭ୍ୟା ଟିକି ଶବର, ରୋଜିତା ପ୍ରଧାନ ଏବଂ ଅନ୍ୟ ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *