ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଳକ ର ଖାଣ୍ଡବା ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇ ଯାଇଛି । ଅଭିଯୋଗ ଶୁଣାଣୀରେ ମୋଟ 69 ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ଗୋଟିଏ ଅଭିଯୋଗ ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ 68 ଗୋଟି ଅଭିଯୋଗ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଗଜପତି ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା FRA ଓ ROR ପ୍ରକୃତ ହିତାଧିକାରୀଙ୍କୁ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଳକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *