ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୋହନା ବ୍ଳକର ଗରଡମା ଗ୍ରାମ ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣୀରେ 213 ଗୋଟି ଅଭିଯୋଗ ଆସିଥିଲା ବେଳେ 21 ଗୋଟି ଅଭିଯୋଗର ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଥିଲା । ଅନ୍ୟ 192 ଗୋଟି ଅଭିଯୋଗ ତୁରନ୍ତ ସମାଧାନ ସକାଶେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲ୍ଗୁନୀ ମାଝୀ ଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଳକ ସ୍ତରୀୟ ଅଧିକାରୀ ଏବଂ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ତହସିଲଦାରଙ୍କ ଉପସ୍ଥିତିରେ ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *