ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ୱରଚିତ ଦେଶାତ୍ମବୋଧକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି . ପାରଳାଖେମୁଣ୍ଡି ଓଡ଼ିଶା ସାହିତ୍ୟ ଏକାଡେମୀ ଶାଖା ଆନୁକୁଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହରେ ଭାରତ ସ୍ୱାଧୀନତାର ଅମୃତ ମହୋତ୍ସବ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଶୁଭ ଅବସରରେ ୨୦ ଜଣ କବି ଦେଶାତ୍ମବୋଧକ ସ୍ବରଚିତ କବିତା ଆବୃତ୍ତି କରିଥିଲେ । ଗବେଷକ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସଙ୍ଗେ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ସମୟରେ ଡ.କଲ୍ୟାଣୀ ମିଶ୍ର କବିତା ଗୁଡ଼ିକ ସଂଯୋଜନା କରିଥିଲେ । ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ବିଚିତ୍ରାନନ୍ଦ ବେବର୍ତ୍ତା ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ବକ୍ତାମାନେ ଅମୃତ ମହୋତ୍ସବ ପାଳନର ତାତ୍ପର୍ଯ୍ୟ କହିବା ସଙ୍ଗେ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଏହି ଆୟୋଜିତ ଏହି ମହତ୍ ସ୍ବତନ୍ତ୍ର ପ୍ରୟାସ ପ୍ରସଂଶନୀୟ ବୋଲି କହିଥିଲେ ।

