ବାଲୁଗାଁ ଅଞ୍ଚଳରେ ଯୌତୁକଜନିତ ବଧୂ ହତ୍ୟା ଅଭିଯୋଗ : ସ୍ୱାମୀ, ଶ୍ୱଶୁର ଗିରଫ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଯୌତୁକ ଜନିତ ହତ୍ୟା ଘଟଣା ସାମ୍ନାକୁ ଆସିଛି । ଜଣେ ବଧୂଙ୍କୁ ଯୌତୁକ ନିମନ୍ତେ ସ୍ୱାମୀ, ଶାଶୁ ଓ ଶ୍ୱଶୁର ମିଶି ମାରି ଦେଇଥିବାର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ କରିଛନ୍ତି ବଧୂଙ୍କ ଭାଇ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳର ଗୋପାଳକୃଷ୍ଣ ପଣ୍ଡା । ଅଭିଯୋଗ ମୁତାବକ ଗୋପାଳଙ୍କ ସାନ ଭଉଣୀ ସ୍ଵାଗତିକା ପଣ୍ଡା ଜୁନ ୨୦୨୦ ରେ ବାଲୁଗାଁ ଅଞ୍ଚଳର ପ୍ରିତମ ହୋତାଙ୍କୁ ବିବାହ କରିଥିଲେ । ବିବାହ ପରେ ସ୍ଵାଗତିକାକୁ ସ୍ୱାମୀ ପ୍ରିତମଙ୍କ ସମେତ ଶାଶୁ ଶ୍ୱଶୁର ବାରମ୍ବାର ଯୌତୁକଜନିତ ନିର୍ଯ୍ୟାତନା ଦେଇ ଆସୁଥିଲେ । ତେବେ ଗତକାଲି ସଂନ୍ଧ୍ୟାରେ ଗୋପାଳ ତାଙ୍କ ଭଉଣୀ ସ୍ଵାଗତିକାଙ୍କ ସହ କଥା ହେବା ନିମନ୍ତେ ତାଙ୍କୁ ଏବଂ ତାଙ୍କ ସ୍ୱାମୀ, ଶାଶୁ ଓ ଶ୍ୱଶୁରଙ୍କୁ ଫୋନ କରିଥଲେ ସୁଦ୍ଧା କେହି ଫୋନ ଉଠାଇ ନଥିଲେ । ସେ ରାତିରେ ସମ୍ପର୍କୀୟଙ୍କ ଠାରୁ ଜାଣିବାକୁ ପାଇଥିଲେ ଯେ, ତାଙ୍କ ଭଉଣୀଙ୍କ ମର ଶରୀର ବାଲୁଗାଁ ମେଡିକାଲରେ ପଡ଼ିଛି । ତେବେ ଏହା ଏକ ଯୋଜନାବଦ୍ଧ ହତ୍ୟା ବୋଲି ଗୋପାଳ ଅଭିଯୋଗ କରିଛନ୍ତି । ଖବର ପାଇ ବାଲୁଗାଁ ଏସଡିପିଓ, ଆଇଆଇସି ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ କେସ ନମ୍ବର ୧୭୨ / ୨୨ ରେ ଦଫା ୩୦୨, ୩୦୪ (ଖ) ରେ ମାମଲା ରୁଜୁ କରି ପ୍ରାଥମିକ ପର୍ଯ୍ୟାୟରେ ସ୍ୱାଗତିକାଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ଗିରଫ କରିଛନ୍ତି । ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ବାଲୁଗାଁ ଆଇଆଇସି କହିଛନ୍ତି ।

Leave a Reply

Your email address will not be published. Required fields are marked *