ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉପ-ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଜିଲ୍ଲାର କଳା, ସଂସ୍କୃତି ମାଧ୍ୟମରେ ଜିଲ୍ଲା ଆଗକୁ ବଢ଼ିବାରେ ସହାୟକ ହେବ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ । ପ୍ରତି ବର୍ଷ ପରି ଏହି ବର୍ଷ ମଧ୍ୟ ଜିଲ୍ଲା ସଂସ୍କୃତି ପରିଷଦ ଓ ସମଲେଇ ନୃତ୍ୟକଳା ପରିଷଦର ମିଳିତ ଆନୁକୁଲ୍ୟରେ ନୂଆଁଖାଇ ଭେଟଘାଟ – ୨୦୨୨ ପାଳିତ ହୋଇଯାଇଛି । ପଶ୍ଚିମ ଓଡିଶାର ଗଣପର୍ବ ନୂଆଁ ଖାଇ ଓ ଭାଇଚରା ପର୍ବ ଏହି ପର୍ବ ପଶ୍ଚିମ ଓଡିଶାର ସମେତ ସାରା ରାଜ୍ୟରେ ପାଳନ କରାଯାଉଛି । ଏହି ଉପଲକ୍ଷେ ସ୍ଥାନୀୟ କଳାକାର ନୃତ୍ୟ ଶିଳ୍ପୀ ମାନଙ୍କ ଦ୍ଵାରା ନାଟକ ପରିବେଷଣ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ପାରଳାଖେମଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ସହକାରୀ ଜିଲ୍ଲାପାଳ କିରଣ କୁମାର ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର ଉପସ୍ଥିତ ଥିବା ବେଳେ କାର୍ଯ୍ୟକ୍ରମରେ ପ୍ରାକ୍ତନ ନଗରପାଳ ପାରଳା ପୌର ପରିଷଦ ନୃସିଂହଚରଣ ପଟ୍ଟନାୟକ ମଞ୍ଚାସିନ ଥିଲେ ।
ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ !!!

