ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ଜିଲ୍ଲା ସ୍ତରୀୟ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର !!!

0
159

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ବିଜୁ ପଟ୍ଟନାୟକଙ୍କ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା କରିଥିଲେ । ବରିଷ୍ଠ ନାଗରିକ ମାନଙ୍କୁ ଚିକିତ୍ସା ସହ ମାଗଣା ଔଷଧ ବଣ୍ଟନ କରିଥିଲେ । ରାଜ୍ୟ ସରକାରଙ୍କ ଏହିଭଳି କାର୍ଯ୍ୟକ୍ରମକୁ ବରିଷ୍ଠ ନାଗରିକ ମାନେ ପ୍ରଶଂସା କରିବା ସହ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here