ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ଼ ବ୍ଳକ ଅନ୍ତର୍ଗତ ଖରଡ଼ା ସିଂ ଓ ପୁତାର ଗ୍ରାମ ପଞ୍ଚାୟତ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରି । ଏହି ଉନ୍ନୟନ କାମ ପରିଦର୍ଶନ ସମୟରେ ବ୍ଳକର ଏପିଓ ଙ୍କ ସହ ବ୍ଳକର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଚାଲିଥିବା ପ୍ରକଳ୍ପ ଗୁଡିକ ପରିଦର୍ଶନ କରିଥିଲେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରି ।
ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପରିଦର୍ଶନ କଲେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରି !!!

