ବାଙ୍କୀ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟା : କଚେରୀ ପଡିଆରେ ଖଚାଖଚ ଭିଡ !!!

Spread the love

ବାଙ୍କୀ ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କର : ବାଙ୍କୀ କଚେରୀ ପଡିଆରେ ବାଙ୍କୀ ମହୋତ୍ସବ ୨୦୨୨ ଦ୍ବିତୀୟ ଦିବସର ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସମ୍ବାଦର ସମ୍ପାଦକ ତଥା ଖଣ୍ଡପଡା ବିଧାୟକ ସୌମ୍ଯ ରଞ୍ଜନ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦାନ କରିଥିଲେ । ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, କଟକ ଜିଲ୍ଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମରେ ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ, ଯୁବ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଡମପଡା ବ୍ଲକର ଅଧ୍ୟକ୍ଷ ପ୍ରଣବ କିଶୋର ପଟେଲ, ବାଙ୍କୀ ବ୍ଲକ ଅଧ୍ୟକ୍ଷା ପୁଷ୍ପଲତା ସାମନ୍ତ, ବାଙ୍କୀ ତହସିଲଦାର ସତ୍ୟରଞ୍ଜନ ପଣ୍ଡା, ବାଙ୍କୀ ବ୍ଲକ ବିଡିଓ କିଶୋର ଚନ୍ଦ୍ର ଦାସ ଉପସ୍ଥିତ ଥିବା ବେଳେ ଡମପଡା ବ୍ଲକ ଅଧ୍ୟକ୍ଷ ପ୍ରଣବ କିଶୋର ପଟେଲ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ ଓ ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ସଭା ପରିଚାଳନା କରିଥିଲେ । ସଭା ସମାପନ ପରେ କୁନି କୁନି କଳାକାରଙ୍କ ଦ୍ଵାରା ନୃତ୍ୟ ପରିବେଷଣ ସହ ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ! ଆଜିର ଦ୍ବିତୀୟ ସନ୍ଧ୍ୟାରେ ବାଙ୍କୀ ମହୋତ୍ସବ ମଣ୍ଡପର ବିଶେଷ ଆକର୍ଷଣ ବରିଷ୍ଠ ଗାୟିକା ଇରା ମହାନ୍ତି ! କଳାକାର ଙ୍କ ଦ୍ୱାରା ବନ୍ଦେ ମାତରମ୍ ସଙ୍ଗୀତ ମାଧ୍ୟମରେ ବାଙ୍କୀ ମହୋତ୍ସବର ଦ୍ବିତୀୟ ଦିବସକୁ ସ୍ବାଗତ କରି ଆଜିର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।

Leave a Reply

Your email address will not be published. Required fields are marked *