ଚିଲିକା ବିଧାନସଭା ବିରଜାଇ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବିଧାନସଭା ଅନ୍ତର୍ଗତ ବିରଜାଇ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ଃ ସମ୍ବିତ ପାତ୍ର, ପୁରୀ ଲୋକସଭା ପ୍ରଭାରୀ ଅମିୟ ଦାସ, ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡା , ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବିରଯାଇ ମଣ୍ଡଳ ସଭାପତି ଜିତେନ୍ଦ୍ର ଭୋଳ ଓ ୧୩ ନଂ ଜୋନ ଜିଲ୍ଲାପରିଷଦ ଟିକି ଶବର ବୈଠକ ରେ ଯୋଗ ଦେଇଥିଲେ । ଏହା ସହ ଭବାନୀପୁର ଗ୍ରାମ ପଞ୍ଚାୟତର ସରପଞ୍ଚ କାର୍ତ୍ତିକ ବାରିକ, ଭେଟେଶ୍ୱର ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସାବିତ୍ରୀ ଭୋଳ, ନୀଳାଦ୍ରି ଗ୍ରାମପଞ୍ଚାୟତ ସରପଞ୍ଚ ଉମାକାନ୍ତ ସାହୁ ଓ ଭାରତୀୟ ଜନତା ପାର୍ଟି ର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହି ବୈଠକ ରେ ଅଂଶ ଗ୍ରହଣ କରିଥିଲେ ।

 

Leave a Reply

Your email address will not be published. Required fields are marked *