ଧନ୍ୟବାଦ ମୁଖ୍ୟମନ୍ତ୍ରୀ : ନୟାଗଡ ଜିଲ୍ଲା ବିଜେଡି !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲା ପାଇଁ ୩୯୫ କୋଟି ୪୪ ଲକ୍ଷ ଟଙ୍କାର ୨ ଟି ବୃହତ୍ତ ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ । ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ସୂଚନା ଦେଇଛନ୍ତି । ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ନୟାଗଡ ଜିଲ୍ଲାରେ ୨ ଟି ବୃହତ୍ତ ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପ ୩୯୫ କୋଟି ୪୪ ଲକ୍ଷ ଟଙ୍କାରେ କାର୍ଯ୍ୟକାରୀ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ଦ୍ବାରା ଉପରୋକ୍ତ ଜିଲ୍ଲାର ୨ ଟି ବ୍ଲକ ଅଧୀନରେ ଥିବା ୭୩ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୪୨୯ ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୩ ଲକ୍ଷ ୮ ହଜାର ୨ ଶହ ୩୧ ଜଣ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ । ତନ୍ମଧ୍ୟରୁ ରଣପୁର ବ୍ଳକ ଅଧୀନରେ ଥିବା ୩୭ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୨୩୨ ଟି ଗ୍ରାମର ପ୍ରାୟ ୧,୫୪,୫୯୪ ଜଣ ଏବଂ ଓଡ଼ଗାଁ ବ୍ଲକ ଅଧୀନରେ ଥିବା ୩୬ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୧୯୭ ଟି ଗ୍ରାମର ପ୍ରାୟ ୧,୫୩,୬୩୭ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ । ସମସ୍ତ ପ୍ରକଳ୍ପ ଗୁଡିକୁ ୨୪ ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *