ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀ ମୋନାଲିସା ରାଉତଙ୍କୁ ଆଜି ଭୁବନେଶ୍ୱରସ୍ଥ ଜୟଦେବ ଭବନରେ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ସେବା ଯୋଜନା ପୁରସ୍କାର ଉତ୍ସବରେ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟ ପୁରସ୍କାର ପ୍ରଦାନ କରାଯାଇଛି l ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ କୁମାର ପୂଜାରୀ, ମୋ କଲେଜ ଅଭିଯାନର ରାଜ୍ୟ ସଂଯୋଜକ ତଥା ପ୍ରାକ୍ତନ ବିଧାୟକ ଆକାଶ ଦାସ ନାୟକ, ଜାତୀୟ ସେବା ଯୋଜନାର ରାଜ୍ୟ ସମନ୍ୱୟ ଅଧିକାରୀ ତଥା ଉଚ୍ଚ ଶିକ୍ଷା ବିଭାଗର ଉପ ସଚିବ ଡକ୍ଟର ରମେଶ ଚନ୍ଦ୍ର ବେହେରା, ଆଞ୍ଚଳିକ ନିର୍ଦ୍ଦେଶକ ସରିତା ପଟେଲ ପ୍ରମୁଖ ଉକ୍ତ ଉତ୍ସବରେ ଯୋଗଦେଇ ମୋନାଲିସା ରାଉତଙ୍କ ସମେତ ରାଜ୍ୟର ଅନ୍ୟାନ୍ୟ ଶ୍ରେଷ୍ଠ ସ୍ବେଛାସେବୀ ଓ କାର୍ଯ୍ୟକ୍ରମ ଅଧିକାରୀ ମାନଙ୍କୁ ପୁରସ୍କାର ପ୍ରଦାନ କରି ରାଷ୍ଟ୍ର ନିର୍ମାଣ ଓ ସମାଜ ସେବା ପ୍ରତି ପ୍ରତିବଦ୍ଧ ହେବାପାଇଁ ବକ୍ତବ୍ୟ ପ୍ରଦାନ କରିଥିଲେ l ରାଜ୍ୟ ପୁରସ୍କାର ପାଇବା ପୂର୍ବରୁ ମୋନାଲିସା ଶ୍ରେଷ୍ଠ ସ୍ବେଛାସେବୀ ଭାବେ ଉତ୍କଳ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସରସ୍ବତୀ ରାୟ ସ୍ଵର୍ଣ ପଦକ ପୁରସ୍କାର ଲାଭ କରି ବାଲୁଗାଁ ମହାବିଦ୍ୟାଳୟର ଗୌରବ ବୃଦ୍ଧି କରିଥିଲେ l ଏହି ରାଜ୍ୟ ସ୍ତରୀୟ ପୁରସ୍କାର ଲାଭ କରିଥିବାରୁ ମୋନାଲିସାଙ୍କୁ ମହାବିଦ୍ୟାଳୟର ଅଧ୍ୟକ୍ଷl, ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନେ ଅଭିନନ୍ଦନ ଜଣାଇଛନ୍ତି l
ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀ ମୋନାଲିସା ରାଉତଙ୍କୁ ଙ୍କୁ ଜାତୀୟ ସେବା ଯୋଜନା ପୁରସ୍କାର !!!

