ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଯୋଗ ଦେଇଥିଲେ । ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି ବୈଠକରେ ନୟାଗଡ଼ ବିଡିଓ ପଦ୍ମଚରଣ ସାହୁ ଅତ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ । ବୈଠକରେ ରାଷ୍ଟ୍ରଗଠନରେ ଗଣମାଧ୍ୟମର ଭୂମିକା ଉପରେ ଆଲୋଚନା ହୋଇଥିଲା । ଜିଲ୍ଲାପାଳ ଖବରକାଗଜ ପଢ଼ିବା ବିଷୟରେ ଆଲୋଚନା କରିଥିବା ବେଳେ ପ୍ରତ୍ୟେକ ଖବରରେ ବିଭାଗୀୟ ଅଧିକାରୀଙ୍କ ମତାମତ ଦେବାକୁ ପରାମର୍ଶ ଦେଇଥିଲେ । ବରିଷ୍ଠ ସାମ୍ବାଦିକ ନିଶିକାନ୍ତ ରଥ, ରାମକୃଷ୍ଣ ରଥ, ଗୋକୁଳ ଷଡ଼ଙ୍ଗୀ, ହୁସେନ ଖାନ୍, ଆଲୋକ ସେନାପତି ପ୍ରମୂଖ ନିଜ ନିଜର ଅଭିମତ ରଖୁଥିଲେ । ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ଆଲୋଚିତ ବିଷୟ ଉପରେ ବିସ୍ତୃତ ଆଲୋଚନା କରିଥିଲେ । ଗଣମାଧ୍ୟମର ଭୂମିକା ଅବର୍ଣ୍ଣନୀୟ ବୋଲି କହିଥିଲେ । ଜିଲ୍ଲାର ବିଭିନ୍ନ ସ୍ଥାନରୁ ସାମ୍ବାଦିକ ମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ !
ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ଜାତୀୟ ପ୍ରେସ ଦିବସ ପାଳିତ !!!

