ଗୁଡାରି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ !!!

Spread the love

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ୱଧା ଦେଵ ସିଂ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୮୩ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନିକଟକୁ ଆସିଥିଲା ! ସେଥି ମଧ୍ୟରୁ ୬୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା l ଜିଲ୍ଲାପାଳ ୨ ଜଣକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା କୋଷରୁ ଟ.୨୨୦୦୦/- ହଜାର ଟଙ୍କା ପ୍ରଦାନ କରିଥିଲେ l ଜିଲ୍ଲାପାଳ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଶ୍ରୀ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ଗୁଣପୁର ,ଲଳିତ କୁମାର କଂହର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ,ଗୁଣପୁର ଶାନ୍ତିପ୍ରଭା ପ୍ରଧାନ, ପଂଚାୟତ ସମିତି ଅଧକ୍ଷା,ଲକ୍ଷ୍ମୀ ଶବର ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବାଘ , ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା ରାୟଗଡ , ଜିଲ୍ଲା କ୍ରୀଡ଼ା ଅଧିକାରୀ ଜନାଵ ଶେଖ ଅlଲେନୁର, ତହସିଲଦାର ଗୁଡାରି ,ସୁଶ୍ରୀ ଭାରତୀ ଦେବୀ , ବିଡିଓ ନୃସିଂହ ଚରଣ ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

Leave a Reply

Your email address will not be published. Required fields are marked *