ଗଜପତି ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷଣା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତା ଏବଂ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ବାତୀ ଏସ୍. କୁମାର ଓ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଉପସ୍ଥିତିରେ ଆୟୋଜିତ ବୈଠକରେ ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି ।

ଆଜି ସୁଦ୍ଧା ଜିଲ୍ଲାର ଗ୍ରାମାଞ୍ଚଳରେ ଥିବା 149 ଟି ଗ୍ରାମ ପଞ୍ଚାୟତ, 1534 ଟି ରାଜସ୍ବ ଗ୍ରାମ, 176 ଟି ପଡ଼ାକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରିବା ସହ ଜିଲ୍ଲାରେ ଥିବା ପାରଳାଖେମୁଣ୍ଡି ପୌରପାଳିକାର 16 ଗୋଟି ୱାର୍ଡ଼ ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର 13 ଗୋଟି ୱାର୍ଡ଼କୁ ମଧ୍ୟ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପ୍ରଶାସନ ପ୍ରାୟ ଦେଢ଼ ବର୍ଷ ତଳେ ହାତକୁ ନେଇଥିଲା ଯାହାକି 7 ଟି ପର୍ଯ୍ୟାୟରେ 7 ଟି ଜିଲ୍ଲା ସ୍ତରୀୟ ” ଶିଶୁ ପାଇଁ ଦିନଟିଏ ” କାର୍ଯ୍ୟକ୍ରମରେ ହୋଇଥିବା ନିଷ୍ପତ୍ତି କ୍ରମେ ଜିଲ୍ଲାରେ ଥିବା ସମସ୍ତ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ଜିଲ୍ଲା ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି ।

Leave a Reply

Your email address will not be published. Required fields are marked *