ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ଉପଜିଲ୍ଲାପାଳ ଭୀମସେନ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ ଉପସ୍ଥିତ ରହିଥିଲେ ! ମୋଟ ୫୧ଟି ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ୪୩ ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୮ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଉପଖଣ୍ଡ ପୋଲିସ ଅଧିକାରୀ ଦେଵଜ୍ୟୋତି ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ମିଶନ ଡ଼ଃ. ଦୟlନିଧି ବାଗ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ, ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ, ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ତତ୍ତ୍ୱମୋସି ମହାପାତ୍ର ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *