ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ରାଜଧାନୀ ଡାକ୍ତରଖାନା ରକ୍ତ କେନ୍ଦ୍ର ନିର୍ଦ୍ଦେଶକ ଡ ଦେବାଶିଷ ମିଶ୍ର ଙ୍କ ଜନ୍ମ ଦିବସ ଅବସରରେ ରାଜଧାନୀ ଡ଼ାକ୍ତରଖାନା ରକ୍ତ କେନ୍ଦ୍ର ପରିସରରେ ମିଶନ ରକ୍ତଦାନ ତରଫରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ବିଶିଷ୍ଟ ଗାନ୍ଧୀବାଦୀ ପ୍ରହଲ୍ଲାଦ ସିଂହ, କଳିଙ୍ଗ ଐତିହ ସୁରକ୍ଷା ମଞ୍ଚ ସମ୍ପାଦକ ଚିତ ରଞ୍ଜନ ମହାନ୍ତି, ଜୟ ଓଡ଼ିଶା ସଭାପତି ରୁଦ୍ର ସାମନ୍ତରାୟ, ରଙ୍କନିଧି ସାମଲ, ଗୋପୀ ମୋହନ ପଟ୍ଟନାୟକ, ଏମ ଡି ଅଫତାବ, ପ୍ରମୋଦ ଦେବ ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଶିବିରରୁ ୧୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିବା ବେଳେ ନିରଞ୍ଜନ ପଟ୍ଟନାୟକ, ଗୁନୁ ଆଚାର୍ଯ୍ୟ,ବିଭୂତି ସାହୁ, ହରେକୃଷ୍ଣ ମହାନ୍ତି , ନାରାୟଣ ବେହେରା ପ୍ରମୁଖ ଶିବିର ପରିଚାଳନା କରିଥିଲେ ।
ରାଜଧାନୀ ଡାକ୍ତରଖାନା ରକ୍ତ କେନ୍ଦ୍ର ନିର୍ଦ୍ଦେଶକଙ୍କ ଜନ୍ମ ଦିନରେ ରକ୍ତଦାନ ଶିବିର !!!

