ଚିଲିକା ତରାପି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ପାଳନ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ତରାପି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମହାମହିମ ରାଜ୍ୟପାଳ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ! ରାଜ୍ୟପାଳଙ୍କୁ ପ୍ରଥମେ ଜିଲ୍ଲା ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରି ସଭା ମଞ୍ଚ କୁ ପାଛୋଟି ନିଆଗଲା । ଏହି ଅବସରରେ ଆୟୋଜିତ ସଭାରେ ପ୍ରଥମେ ଶତ ବାର୍ଷିକୀ କମିଟି ଉପସଭାପତି ପ୍ରଫେସର ରବି ନାରାୟଣ ସୁବୁଦ୍ଧି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଓଡିଶା ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ, ସମ୍ମାନିତ ଅତିଥି ଭାବେ କଲିକତା ସ୍ଥିତ ସତ୍ୟଜିତ୍ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇଣ୍ଡଟ୍ରିର ନିର୍ଦ୍ଦେଶକ ହିମାଂଶୁ ଖଟୁଆ, ମୁଖ୍ୟ ବକ୍ତା ଭାବେ ଖଣ୍ଡପଡ଼ା ବିଧାୟକ ତଥା ସମ୍ବାଦ ସଂପାଦକ ଶ୍ରୀଯୁକ୍ତ ସୌମ୍ୟରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହି ପରିପରକ୍ଷୀରେ ଏକ ଡାକ ଟିକଟ ଉନ୍ମୋଚନ ସହ ବିଦ୍ୟାଳୟ ସ୍ମରଣିକା ଉନ୍ମୋଚନ ହୋଇଥିଲା । ପରିଶେଷରେ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସଭା ସମାପନ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published. Required fields are marked *