ରାୟଗଡା ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦାରା ବୃକ୍ଷରୋପଣ କାର୍ଯ୍ୟକ୍ରମ !!!

Spread the love

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ଙ୍କର ନିର୍ଦ୍ଦେଶ ଅନୁଯାୟୀ ଜୁଲାଇ ମାସର ପ୍ରଥମ ସପ୍ତାହ ଅର୍ଥାତ୍ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ରାୟଗଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଦ୍ୱାରା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ସଡଙ୍ଗୀ ଙ୍କ ପୌରହିତ୍ୟରେ ଏବଂ ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ତତ୍ବାବଧାନରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି I ଏହି କାର୍ଯ୍ୟକ୍ରମରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀ ଚନ୍ଦନ ଦେହୁରୀ, ରାୟଗଡା ଜିଲ୍ଳା ଶିକ୍ଷା ଅଧିକାରୀ, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ, ମଧ୍ୟସ୍ଥତା ଓକିଲ ଶ୍ରୀ ସାମୁଏଲ ତାଣ୍ଡି, ଫ୍ରଣ୍ଟ ଅଫିସ ରିଟେନର ଶ୍ରୀ ସୀତାରାମ ପଣ୍ଡା, ରାୟଗଡା ବନାଞ୍ଚଳ ର ବନ କର୍ମଚାରୀ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଓ ଅନ୍ୟ ଶିକ୍ଷୟିତ୍ରୀ ଏବଂ ଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କିସମର ଚାରାରୋପଣ କରିଥିଲେ I ପରିଶେଷରେ ଜିଲ୍ଲା ଆଇନସେବା ପ୍ରାଧିକରଣ ର ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ସେଞ୍ଚୁରିଆନ ପବ୍ଲିକ ସ୍କୁଲ ପରିସରରେ ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଡାଇରେକ୍ଟର ଶ୍ରୀ ରାଜେଶ ପାଢି ଓ ଅନ୍ୟ ଶିକ୍ଷକ ଏବଂ ଛାତ୍ର ଛାତ୍ରୀ ମାନଙ୍କ ଜରିଆରେ ବିଭିନ୍ନ କିସମର ଚାରାରୋପଣ କରିଥିଲେ I ସେହିପରି ଜିସିଡି ହାଇସ୍କୁଲ ପରିସରରେ ଶ୍ରୀମତି ନିବେଦିତା ପଣ୍ଡା ଙ୍କ ତତ୍ତ୍ବାବଧାନରେ ଜିସିଡି ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଓ ଅନ୍ୟ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରୀ ଜରିଆରେ ବିଭିନ୍ନ ପ୍ରକାର ଚାରାରୋପଣ କରାଯାଇଥିଲା I ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଆଜି ରାୟଗଡା ଜିଲ୍ଳାର ସମସ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବନ ବିଭାଗ ଦାରା ଯୋଗାଇ ଦିଆଯାଇଥିବା ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି I ସର୍ବୋପରି ବନ ବିଭାଗର ସହଭାଗୀତା, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଜିସିଡି ହାଇସ୍କୁଲ ର ପ୍ରଧାନ ଶିକ୍ଷକ, ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଡାଇରେକ୍ଟର, ଜିଲ୍ଲା ଆଇନସେବା ପ୍ରାଧିକରଣର ପାରା ଲିଗାଲ ଭଲ୍ୟଣ୍ଟର, ପାନେଲ ଓକିଲ ଏବଂ ଜିଲ୍ଲା ଆଇନସେବା ପ୍ରାଧିକରଣର ମିଳିତ ଆନୁକୁଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଗୁଡିକ ସଫଳତାର ସହିତ ସମାପ୍ତ ହୋଇଛି I

Leave a Reply

Your email address will not be published. Required fields are marked *