ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ ମହାନ୍ତି ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଫାଲଗୁନି ମାଝୀ ଯୋଗଦାନ କରି ଲକ୍ଷ୍ମୀପୁର ସମେତ କଇଁପୁର, ଜିରାଙ୍ଗ ଓ ତଳମୁଣ୍ଡା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୨୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୫୭ ଓ ୬୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦଶ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୧୦୮ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ଆଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣ ବାସୀ ନାୟକ, ଉପା ଅଧକ୍ଷ ଶ୍ରୀ ଜ୍ୟୋତି ପାଣି,ସ୍ଥାନୀୟ ସରପଞ୍ଚ , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ,ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ,ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

