ଗଜପତି ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ବାରା ଶ୍ରେଷ୍ଠ “ଭୂମି ସମ୍ମାନ” ପ୍ରଦାନ !!!

0
253

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଗଜପତି ଜିଲ୍ଲାକୁ ଶ୍ରେଷ୍ଠ ପାରଦର୍ଶିତା ପାଇଁ ” ଭୂମି ସମ୍ମାନ ପ୍ଲାଟିନମ ପ୍ରମାଣ ପତ୍ର ” ପ୍ରଦାନ କରାଯାଇଛି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁଙ୍କ କରକମଳରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୬୮ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି । ସେଥିମଧ୍ୟରୁ ଗଜପତି ଜିଲ୍ଲା ସମେତ ଓଡ଼ିଶାର ୧୯ ଗୋଟି ଜିଲ୍ଲାକୁ ସମ୍ମାନିତ କରାଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅନୁମୋଦନ କ୍ରମେ , ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବୀରେଦ୍ର କୁମାର ଦାସ ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଗଜପତି ଜିଲ୍ଲାର ଭୂମି ସଂସ୍କାର ନିମନ୍ତେ ନିଆଯାଇଥିବା ତ୍ୱରିତ ଓ ସଫଳ କାର୍ଯ୍ୟକ୍ରମ ପାଇଁ ଜମି ପଟ୍ଟାର କମ୍ପୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ଯ୍ୟକ୍ରମର ସରଳୀକରଣ  ଓ ସ୍ଵଚ୍ଛତା ଅନୁପାଳନ, ଆଧୁନିକ ରେକର୍ଡ଼ ରୁମ ପରିଚାଳନା ଓ ଜମି ଜମା କାଗଜ ପତ୍ରର ସ୍କାନିଂ ଏବଂ କମ୍ପୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ଯ୍ୟଳୟ ମଧ୍ୟରେ ସଂଯୋଜନା ପ୍ରଭୃତି କ୍ଷେତ୍ରରେ ଗଜପତି ଜିଲ୍ଲାର ୭ ଗୋଟି ତହସିଲରେ ଉନ୍ନତ ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଏହା ସହ ପାରଳାଖେମୁଣ୍ଡି ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ, ପାରଳାଖେମୁଣ୍ଡି ତହସିଲଦାର ଶ୍ରୀ ନାରାୟଣ ବେହେରା ଉପସ୍ଥିତ ଥିଲେ !

LEAVE A REPLY

Please enter your comment!
Please enter your name here