ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରିବା ସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷ ମିଟୁ ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରେ ଅଧ୍ୟକ୍ଷଙ୍କ ସମେତ ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ଏବଂ କର୍ମଚାରୀ ମାନେ ବାଣପୁର ର ବିଭିନ୍ନ ସ୍ଥାନରେ ଥିବା ମହାତ୍ମା ଗାନ୍ଧୀ, ବିଜୁ ପଟ୍ଟନାୟକ, ପଣ୍ଡିତ ଗୋଦାବରୀଶ ମିଶ୍ର ଓ ସହିଦ କୃତିବାସ ପାଟଶାଣୀ ଙ୍କ ପତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ଥାନୀୟ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ ।

ଯୋଗୀ ପୋଖରୀ ନିକଟରେ ନୃତନ ଆହାର କେନ୍ଦ୍ର, ନୃତନ ଶୌଚାଳୟ , ନୃତନ ଖାଉଟି ଗୃହର ଶୁଭ ଉଦଘାଟନ କରିଥିଲେ ଅଧ୍ୟକ୍ଷ । ମଧ୍ୟାହ୍ନରେ ସମୟରେ ସାମ୍ବାଦିକ ମାନଙ୍କ ଉପସ୍ଥିତିରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ସଭାରେ ଏକ ବର୍ଷ ମଧ୍ୟରେ ଅଧ୍ୟକ୍ଷ ଏନଏସିକୁ ସରସ ସୁନ୍ଦର କରି ଗଢି ତୋଳିବା ପାଇଁ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରିଛନ୍ତି ସେ ସମ୍ପର୍କରେ ଆଲୋଚନା କରିବା ସହ ଆଗାମୀ ଦିନ ମାନଙ୍କରେ କିପରି ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଉନ୍ନତି ହୋଇ ପାରିବ ସେ ସମ୍ପର୍କରେ ମଧ୍ୟ ସାମ୍ବାଦିକ ମାନଙ୍କ ସହିତ ଆଲୋଚନା କରିଥିଲେ ।

