ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ! ସୁକିନ୍ଦା ବ୍ଲକରେ ପ୍ରତ୍ୟେକ ମାସ ପରି ଚଳିତ ମାସ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଇଯାଇଛି l ସୁକିନ୍ଦା ଅଞ୍ଚଳର ବିଭିନ୍ନ ପଞ୍ଚାୟତରୁ ବହୁ ଜନ ସଧାରଣ ସୁକିନ୍ଦା ବ୍ଲକରେ ଚାଲୁଥିବା ଅଭିଯୋଗ ଶୁଣାଣି ଶିବିରରେ ପହଞ୍ଚି ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଅଭିଯୋଗ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ଶିବିର ଦିବା 10 ଘଟିକାରୁ ଆରମ୍ଭ ହୋଇ ଦିବା 3 ଘଟିକା ପର୍ଯ୍ୟନ୍ତ ଜାରି ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ବିଭିନ୍ନ ଅଞ୍ଚଳରୁ ଆସିଥିବା ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ l
ସୁକିନ୍ଦା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ !!!

