ବିଦ୍ୟୁତ ତାର ଆଘାତରେ ଯୁବକଙ୍କ ମୃତ୍ୟ !!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଧିନ ଗେଡ଼ିଆପଲ୍ଲୀ ପଞ୍ଚାୟତରେ ଘଟିଛି ଅଭାବନୀୟ ଘଟଣା . ଆଜି ସକାଳୁ ଗ୍ରାମର 35 ବର୍ଷୀୟ ଭାଗବତ ପଣ୍ଡା ନାମକ ଜଣେ ଯୁବକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟ ବରଣ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଯୁବକ ଜଣକ ଗ୍ରାମ ନିକଟରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ପୋଖରୀକୁ ଲାଗି ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ତେବେ ସେଠାରେ ସେ ଟଳିପଡିବାରୁ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କଳାପଥର ମେଡ଼ିକାଲ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ଯୁବକଙ୍କ ଏପରି ଆକସ୍ମିକ ମୃତ୍ୟୁକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *