ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ର ଲୋକର୍ପଣ !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ର ଲୋକର୍ପଣ ! ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବରଗଡ଼ ଗସ୍ତ କରି ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନବ ନିର୍ମିତ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ କଲେ ଲୋକର୍ପଣ କରିଛନ୍ତି । ଏହି ଅବସରରେ ସ୍ଥାନିୟ ଲୋକ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଙ୍କ ସମେତ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଓ ବିଜେପୁର ବିଧାୟକ ସନତ ଗଡତିଆଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । ପ୍ରକାଶ ଥାଉ କି, ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଏକ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ ମନ୍ତ୍ରୀ ମହୋଦୟ ଶୁଭ ଉଦ୍ଘାଟନ କରିବା ପରେ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡ.ନିରୁପମା ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଏକ ସଭା ଆୟୋଜନ ହୋଇଥିଲା । ସଭାରେ ମୁଖ୍ୟ ଅତିଥି ଭାବରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ,ସମ୍ମାନିତ ଅତିଥି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ ଗଡତିଆ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡ.ଇପ୍ସିତା ପାତ୍ର, ଚକ୍ଷୁ ବିଭାଗୁ ମୁଖ୍ୟ ଡ. ସୁବାସ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇଥିବା ବେଳେ ଜିଲ୍ଲାପରିଷଦ ସଭ୍ୟା ଝରଣା ପାଣିଗ୍ରାହୀ, ବିପିନ ବିହାରୀ ସାହୁ,ଭଗବାନ ପଟେଲ, ବିରେନ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ !

Leave a Reply

Your email address will not be published. Required fields are marked *