ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପାରଳା ରାଜ ନହର ଛକ ଠାରୁ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ମାନେ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ବନ୍ଦେ ମାତରମ ସ୍ଲୋଗାନରେ ସହର ପ୍ରକମ୍ପିତ ହେଉଥିଲା । ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡ଼ଃ ଗୁଣନିଧି ନାୟକ ସବୁଜ ପତାକା ଦେଖାଇ ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ତ୍ରିରଙ୍ଗା ଶୋଭାଯାତ୍ରା ପହଞ୍ଚିବା ପରେ ନୂତନ ଭାବେ ଦାୟିତ୍ବ ଗ୍ରହଣ କରିଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ । ପରେ ଏକ ଦସ୍ତଖତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁ ମାଇ ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।
ପାରଳାଖେମୁଣ୍ଡି ରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଶୋଭାଯାତ୍ରା !!!

